ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି । ୧୯ ତାରିଖ ତଥା ଶନିବାର ମାର୍ଗଶିର-କୃଷ୍ଣ ଦଶମୀ ତିଥି ପଡ଼ୁଥିବା ବେଳେ, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୫ଟା ରୁ ରାତ୍ର୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନ‌ା ଦିଆଯାଇଛି।

ଦୀର୍ଘ ୪ ଘଣ୍ଟା ପାଇଁ ଶ୍ରୀବିଗ୍ରହଙ୍କ ଦର୍ଶନ ରୁ ବଞ୍ଚିତ ରହିବେ ଭକ୍ତ ।

Related Posts