ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି (୮ ତାରିଖ) ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Posts