ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଅନ୍ତିମ ଦିବସରେ କଂସ ମହାରାଜଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ

ପୁରୀ : ଶ୍ରୀମନ୍ଦିରରେ ଚାଲିଛି ଶ୍ରୀକୃଷ୍ଣ ଲୀଳା । ଗତମାସ ୧୮ ତାରିଖରୁ ଆରମ୍ଭ ହୋଇଥିବା ବେଳେ, ଆଜି ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ। ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥିରେ କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଦ୍ଧ କରିବେ। ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ।

ଖବର ଅନୁଯାୟୀ, ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବେ। ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଂଚିବା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହେବ। ଶେଷରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ। ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ।

Related Posts