ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି; ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୩୦/୧୨(ସତ୍ୟପାଠ ବ୍ୟୁରୋ): ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟର ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି।

ଏହି ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ତେବେ ଗତ ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ଲାଗୁ ହେବ। ଏହି ୪ ପ୍ରତିଶତକୁ ମିଶାଇଲେ ବର୍ତ୍ତମାନ ମହଙ୍ଗା ଭତ୍ତା ପରିମାଣ ୩୮ ପ୍ରତିଶତରେ ପହଞ୍ଚିଛି ।

Related Posts