ରାଜ୍ୟ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ସଂକ୍ରମିତ

ରାଜ୍ୟ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ସେ ସ୍ବାବ ନମୁନା ଟେଷ୍ଟ କରାଇଥିଲେ ରିପୋର୍ଟ ପଜିଟିଭ ଆସିବା ପରେ ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ଜଣାପଡିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି ।

ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ମଧ୍ୟ କରୋନା ହୋଇସାରିଛି । ସେ କରୋନା ପଜିଟିଭ୍ ଥିବା ନିଜେ ଟ୍ବିଟ୍ କରି ସୂଚନା ଦେଇଥିଲେ ।

Related Posts