‘ରାଜ୍ୟର ଏସଏଚଜି ମହିଳାମାନଙ୍କୁ ଅପମାନିତ କରାଯାଉଛି’; ବିଜେପି ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହେଲା ବିଜେଡି

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ବିଜେପି ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ଆଜି ଫେରାଦ ହୋଇଛି ବିଜେଡି । ଧାମନଗର ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଛି ଦଳ। ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ କମିଶନଙ୍କୁ ଭେଟିଛନ୍ତି ୪ଜଣିଆ ପ୍ରତିନିଧି ଦଳ । ସାଂସଦ ନିରଞ୍ଜନ ବିଶି, ମୁନ୍ନା ଖାଁ ଓ ଚନ୍ଦ୍ରଶେଖର ସାହୁ କମିଶନରଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ବିଜେପି ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ପତ୍ର ଦିଆଯାଇଛି । ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି । ଅର୍ଥବଳରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ଏପରିକି ସ୍ଥାନୀୟ ପ୍ରଶାସନ ଉପରେ ମଧ୍ୟ ଚାପ ସୃଷ୍ଟି କରୁଛନ୍ତି ରାଜ୍ୟ ବିଜେପି ନେତା ଓ କର୍ମୀ । ଏପରି ଅଭିଯୋଗ ଆଣି ଦିଲ୍ଲୀରେ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡିର ଏକ ପ୍ରତିନିଧି ଦଳ ।

ଏସଏଚଜି ମହିଳାଙ୍କ ମିଛ ଭିଡିଓ ଭାଇରାଲ କରି ୭୦ ଲକ୍ଷରୁ ଅଧିକ ସ୍ବୟଂ ସହାୟିକା ମହିଳାଙ୍କୁ ଅପମାନିତ କରାଯାଉଛି । ହାରିଯିବା ଭୟରେ ବ୍ୟାପକ ଭାବେ କଳା ଟଙ୍କାର ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ସେହିପରି ପ୍ରଶାସନ ବିରୋଧରେ ମିଛ ଅଭିଯୋଗ ଆଣି ସ୍ଥାନୀୟ ଅଧିକାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରାଯାଉଛି । ରାଜ୍ୟ ବିଜେପି ନେତାଙ୍କୁ ଏହି ସବୁ ଅନୈତିକ କାମରୁ ନିବୃତ କରିବାକୁ ଦାବି କରିଛି ବିଜେଡି । ଏଥିସହ ନିର୍ବାଚନମଣ୍ଡଳୀରେ ଅର୍ଥବଳ, ବାହୁବଳ ଓ ମିଛ ଅପପ୍ରଚାରକୁ ରୋକିବାକୁ ମନଟରିଂ ବ୍ୟବସ୍ଥାକୁ କଡ଼ା କଡି କରିବାକୁ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଛି ବିଜେଡି ।

Related Posts