ଆସୁଛି ବାତ୍ୟା ଶୀତରଙ୍ଗ

ଭୁବନେଶ୍ୱର: ଓଡିଶାକୁ ବାତ୍ୟା ବିପଦ । ମାଡି ଆସୁଛି ବାତ୍ୟା ଶୀତରଙ୍ଗ । ଏହି ବାତ୍ୟାର ନାଁ ଦେଇଛି ଥାଇଲାଣ୍ଡ । ବାତ୍ୟାକୁ ନେଇ ଚିତ୍ର ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ ।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ ।

ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୂତ । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ଅବପାତର ରୂପ । ୨୩ କିମ୍ବା ୨୪ ତାରିଖ ବେଳକୁ ନେବ ବାତ୍ୟାର ରୂପ । ଏହାର ପ୍ରଭାବରେ ୨୨ ତାରିଖ ସକାଳୁ ଓଡିଶାରେ ଆରମ୍ଭ ହେବ ବର୍ଷା । ଘଣ୍ଟା ପ୍ରତି ୪୫ ରୁ ୬୫ କିମି ବେଗରେ ରହିବ ପବନର ବେଗ ।

ସମୁଦ୍ରରେ ଆସିବ ଉଚ୍ଚ ଜୁଆର, ଫଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି । ୨୩ ସକାଳୁ ବଢିବ ବର୍ଷାର ପରିମାଣ । ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Posts