ଭୁବନେଶ୍ୱର,୧୩/୮(ସତ୍ୟପାଠ ବ୍ୟୁରୋ): ସୁଭଦ୍ରା ଯୋଜନା SOP ନେଇ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ । ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ । ଯୋଜନାରେ କିଏ ଉପକୃତ ହେବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ। ତେବେ ଆସନ୍ତା ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସୁଭଦ୍ରା ଯୋଜନା ନେଇ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍କଣ୍ଠା ରହିଛି।
ତେବେ ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ସେହିଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ। ତେଣୁ ମହିଳାଙ୍କୁ ଭ୍ରମିତ ନହେବାକୁ ଅପିଲ୍ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।
ସୂଚନଯୋଗ୍ୟ, ବିଜେପି ସରକାର ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରତ୍ୟେକ ମହିଳାଙ୍କୁ ଦୁଇବର୍ଷ ପାଇଁ ୫୦ହଜାର ଟଙ୍କାର ଭାଉଚର ଯୋଗାଇ ଦେବେ । ଯାହାକୁ ମହିଳାମାନେ ନିଜର ଇଚ୍ଛା ଓ ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରିପାରିବେ । ସେପ୍ଟେମ୍ବର ୧୭ରେ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ ।