ଆସିଲା ସୁଭଦ୍ରା ଯୋଜନା SOP; ଜାଣନ୍ତୁ କାହାକୁ ମିଳିବ..

ଭୁବନେଶ୍ୱର,୨୩/୮(ସତ୍ୟପାଠ ବ୍ୟୁରୋ): ସୁଭଦ୍ରା ଯୋଜନା ପାଇଁ ଆଜି ଆସିଛି ଏସ୍‌ଓପି। ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

କିଭଳି ଆବେଦନ କରିବେ 

ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ରରେ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ ଓ ହିତାଧିକାରୀ ସେହି ଫର୍ମ ପୂରଣ କରି ସୁଭଦ୍ର ସହାୟତା ପାଇଁ ଆବେଦନ କରିହେବ। ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

କେଉଁମାନେ ସୁଭଦ୍ରା ସହାୟତା ପାଇବେନି

-ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା।  -ସରକାରୀ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା।

-ଆୟକର ପ୍ରଦାନ କରୁଥିବା ମହିଳା ମଧ୍ୟ ସହାୟତା ପାଇବେନି। 

-ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମିଳିବନି

-ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମିଳିବନି ‘ସୁଭଦ୍ରା’।

କେଉଁମାନେ ସୁଭଦ୍ରା ସହାୟତା ପାଇବେ

-୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା

-୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା

-ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଦିଆଯିବ ସହାୟତା ରାଶି

-ବର୍ଷକୁ ୧୦ ହଜାର, ୫ ବର୍ଷରେ ୫୦ ହଜାର ପାଇବେ

-ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଦିଆଯିବ ଟଙ୍କା

-ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା

-ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ

-ହିତାଧିକାରୀଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଡେବିଟ୍‌ କାର୍ଡ

-ସୁଭଦ୍ରା ଯୋଜନାରେ ଅତିରିକ୍ତ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ସରକାର

-ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା

-ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ

-ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ଶହ

Related Posts