ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ଆଉ ଜଣେ ସରକାରୀ ବାବୁ । ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍‌ । ଏହି ରେଡ୍‌ରେ ବିଭିନ୍ନ ଟିମ୍‌ ସାମିଲ ଅଛନ୍ତି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ରେଡ୍‌ ଚାଲିଛି । ଏକାସାଙ୍ଗେ ବାସଭବନ ସମେତ ୮ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ଭିଜିଲାନ୍ସ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ରେଡ୍‌ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।