ସୁପ୍ରିମକୋର୍ଟଙ୍କ ରାୟ, ସୁଶାନ୍ତ ସିଂ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ

ବହୁଚର୍ଚ୍ଚିତ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ। ଏ ନେଇ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି । ଏହି ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ସିବିଆଇକୁ କ୍ଷମତା ଦେଇଛନ୍ତି । ବର୍ତ୍ତମାନ ସିବିଆଇ ଏହି ମାମଲାର ତଦନ୍ତ କରିବ। ଦୀର୍ଘ ଦିନ ଧରି ସୁଶାନ୍ତଙ୍କ ପରିବାର ଏବଂ ତାଙ୍କ ପ୍ରଶଂସକମାନେ ସିବିଆଇ ତଦନ୍ତ ଦାବି କରିଆସୁଛନ୍ତି। ବିହାରରେ ପଞ୍ଜୀକୃତ ହୋଇଥିବା ଏଫ୍ଆଇଆରକୁ ମଧ୍ୟ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି । ଏଥିସହ ତଦନ୍ତରେ ସହଯୋଗ କରିବାକୁ ମୁମ୍ବାଇ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ମହାରାଷ୍ଟ୍ର ସରକାର ଏବଂ ମୁମ୍ବାଇ ପୋଲିସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି । ମହାରାଷ୍ଟ୍ର ସରକାର ମଧ୍ୟ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିପାରନ୍ତି ବୋଲି ଜଣାପଡିଛି ।

Related Posts