ରାଷ୍ଟ୍ରମନ୍ତ୍ରୀ ଭାବରେ ଶପଥଗ୍ରହଣ କଲେ ସୁରଜ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୧୨/୬(ସତ୍ୟପାଠ ବ୍ୟୁରୋ): ଓଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ ରିଛି । ଏନେଇ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଆଜି ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ତାଙ୍କ ସହ ନୂଆ ରାଷ୍ଟ୍ରମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ଧାମନଗର ବିଜେପି ବିଧାୟକ ସୁରଜ ସୂର୍ଯ୍ୟବଂଶୀ । 

ସୂର୍ଯ୍ୟବଂଶୀଙ୍କୁ ରାଜ୍ୟପାଳ ରଘୁଵୀର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। 

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି ।

Related Posts