ଭୁବନେଶ୍ୱର,୧୨/୬(ସତ୍ୟପାଠ ବ୍ୟୁରୋ): ଆଜିଠୁ ଓଡ଼ିଶାର ଶାସନ ଭାର ସମ୍ଭାଳିବ ବିଜେପି ସରକାର। ଅପେକ୍ଷାର ଅନ୍ତ ଘଟାଇ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ସବୁଠୁ ବଡ଼କଥା ହେଲା ସରପଞ୍ଚରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ମୋହନ ମାଝୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଲେ ମହାମହିମ ରାଜ୍ୟପାଳ।
ଏଥିସହିତ କ୍ୟାବିନେଟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ବିଜେପିର ବରିଷ୍ଟ ନେତା ସୁରେଶ ପୂଜାରୀ।
ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଆଦି ସାମିଲ ଥିଲେ ।