କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ ସୁରେଶ ରାଇନା

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଅନ୍ତର୍ଜାତୀୟ କ୍ରିକେଟ୍‌ ପରେ ଏବେ କ୍ରିକେଟର ସବୁ ଫର୍ମାଟରୁ ଅବସର ନେଲେ ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ସୁରେଶ ରାଇନା। ସେ କ୍ରିକେଟରୁ ସମ୍ପୂର୍ଣ୍ଣ ଭାବେ ସନ୍ୟାସ ନେଇଥିବା ଘୋଷଣା କରିଛନ୍ତି। ଏନେଇ ଖୋଦ୍‌ ସୋଶାଲ ମିଡିଆରେ ଏକ ପୋଷ୍ଟ ଶେଆର କରି ସେ ସୂଚନା ଦେଇଛନ୍ତି।

ସେ ଟ୍ୱିଟ୍‌ କରି ଲେଖିଛନ୍ତି, ‘ଆମ ଦେଶ ତଥା ରାଜ୍ୟ ୟୁପି ପ୍ରତିନିଧିତ୍ୱ କରିବା ଏକ ଗର୍ବର ବିଷୟ। ସମସ୍ତ ପ୍ରକାର କ୍ରିକେଟ୍‌ରୁ ମୋର ଅବସର ଘୋଷଣା କରିବାକୁ ଚାହୁଁଛି। ମୋର ଦକ୍ଷତା, ମୋ ଉପରେ ବିଶ୍ୱାସ ଓ ମୋର ସମର୍ଥନ କରିଥିବା ପାଇଁ ମୁଁ ମୋର ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି।’

ଉଲ୍ଲେଖଯୋଗ୍ୟ ଯେ, ୧୫ ଅଗଷ୍ଟ ୨୦୨୦ରେ ଧୋନିଙ୍କ ସହ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ନେଇଥିବା ରାଇନା ବର୍ତ୍ତମାନ ଘରୋଇ କ୍ରିକେଟ୍‌ରୁ ମଧ୍ୟ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଆଇପିଏଲ୍ କ୍ୟାରିୟରରେ ରାଇନା ୨୦୫ଟି ମ୍ୟାଚ୍ ଖେଳିଛନ୍ତି। ସେ ୫୫୨୮ ରନ୍ ସ୍କୋର କରିବାରେ ସଫଳ ହୋଇଥିଲେ। ରାଇନା ଆଇପିଏଲରେ ସିଏସ୍‌କେ ଟିମ୍‌ ପାଇଁ ଖେଳୁଥିଲେ। ହେଲେ ଏଥର ତାଙ୍କୁ ଆଇପିଏଲ୍‌ ନିଲାମରେ ସିଏସକେ କିଣିନଥିଲା।

Related Posts