ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା: ସୋନପୁର ସବୁଠାରୁ ଉତ୍ତପ୍ତ ସହର, ଜାଣନ୍ତୁ ଆଜି କୋଉଠି କେତେ ରହିଛି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗରମରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଦିନକୁ ଦିନ ତାପମାତ୍ର ବଢ଼ିବାକୁ ଲାଗୁଛି । ଗତକିଛି ଦିନ ଧରି ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ, କିଛି କିଛି ସ୍ଥାନରେ ୪୪ ଡିଗ୍ରୀ ମଧ୍ୟ ଟପିଗଲାଣି । ଖରାର ପ୍ରକୋପକୁ ନେଇ ଚିନ୍ତାରେ ସ୍ଥାନୀୟ ବାସିନ୍ଦା । ନା ବାହାରକୁ ବାହାରି ପାରୁଛନ୍ତି, ନା ଦିନବେଳା କୌଣସି କାର୍ଯ୍ୟ କରିପାରୁଛନ୍ତି । ଦିନ ୯ ଟା ବେଳୁ ଖରା ଜୋର୍‌ ହେଉଛି । ବାହାରକୁ ବାହାରି ଯେପରି ମୁସ୍କିଲ ହୋଇପଡିଛି ।

ତେବେ ଆଜି ସାରା ଦେଶରେ ସୋନପୁର ସବୁଠାରୁ ଉତ୍ତପ୍ତ ସହର ହୋଇଛି । ଏଠାରେ ତାପମାତ୍ରା ୪୪.୨ ଡିଗ୍ରୀ ରହିଛି । ଏହାଛଡ଼ା ଆଜି ରାଜ୍ୟର ୧୬ଟି ସହରରେ ୪୦ ଡିଗ୍ରୀ ଡେଇଁଛି ତାପମାତ୍ରା । ଅନୁୁଗୁଳରେ ୪୧.୭ ଡିଗ୍ରୀ, ବାରିପଦାରେ ୪୨.୫ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ସମ୍ୱଲପୁରରେ ୪୦.୮ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧.୫ ଡିଗ୍ରୀ, ତାଳଚେରରେ ୪୧.୮ ଡିଗ୍ରୀ ତପମାତ୍ରା ରେକର୍ଡ କରାଯାଇଛି ।

Related Posts