ଉତ୍ତର ପ୍ରଦେଶର ଏକ କ୍ୟାମିକଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ; ୯ ମୃତ ୨୦ ଆହତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): କ୍ୟାମିକଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ମିଳିଥିବା ପ୍ରାରମ୍ଭିକ ସୂଚନା ଅନୁସାରେ ଏପର୍ୟ୍ୟନ୍ତ ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଛି ଓ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। କ୍ୟାମିକଲା ଫ୍ୟାକ୍ଟ୍ରିରେ ବଏଲର ବିସ୍ଫୋରଣ ହେବାରୁ ଏହି ଦୁର୍ଘଟଣା ଘଟିଛି। ଏଭଳି ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।

ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ସହଯୋଗ ଯୋଗାଇ ଦେବାକୁ ବିଭାଗୀ ଅଫିସରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ହୋଇଥିବା ଏକ ଟ୍ୱିଟ୍ରେ କୁହାଯାଇଛି ” ଜିଲ୍ଲା ପ୍ରଶାସନ ଘଟଣାସ୍ଥଳକୁ ଯାଇ ରିଲିଫ୍ ଓ ଉଦ୍ଧାର କାର୍ୟ୍ୟ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତା ସହ ପୀଡ଼ିତଙ୍କ ପରିବାରକୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।”

Related Posts