ଥମୁନି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ବାହାରିଲେ ୨୬ ହଜାରରୁ ଅଧିକ ସଂକ୍ରମିତ

ସତ୍ୟପାଠ ବ୍ୟୁରୋ(ଭୁବନେଶ୍ୱର): ଦେଶରେ କରୋନା ସଂକ୍ରମଣ ଥମିବାରେ ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୫୨ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୪ ହଜାର ୫୩୪ରେ ପହଞ୍ଚିଛି। ଏହା ସହ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ରେ ପହଞ୍ଚିଛି। ଏବେ ଦେଶରେ ୩୦୯୫୭୫ ସକ୍ରିୟ ମାମଲା ରହିଛି ।ସେହିପରି ୩୨୭୪୯୫୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ବର୍ତ୍ତମାନ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି ।

Related Posts