ରାଜଧାନୀରେ ଥମୁନି ଧଳାଜହର କାରବାର: ୨ କୋଟିରୁ ଅଧିକ ଟଙ୍କାର ବ୍ରାଉନ୍‌ସୁାଗର ଜବତ

ଭୁବନେଶ୍ବର: ଧଳାଜହରର ପେଣ୍ଠ ସ୍ଥଳୀ ପାଲଟିବାକୁ ବସିଛି ରାଜଧାନୀ ଭୁବନେଶ୍ୱର। ଦିନକୁ ଦିନ ଧଳା ଜହର କାରବାର ବଢ଼ିବାକୁ ଲାଗିଛି । ଭୁବନେଶ୍ୱର ଏମ୍‌ସ ନିକଟରୁ ୨ କୋଟିରୁ ଅଧିକ ଟଙ୍କା ବ୍ରାଉନ୍‌ସୁାଗର ଜବତ ହୋଇଛି । ଏହାସହିତ ତିନିଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ । ଗିରଫ ଅଭିଯୁକ୍ତ ହେଲେ ତମାଣ୍ଡୋର ଭାଗିରଥୀ ଭଟ୍ଟ, ଖୋର୍ଦ୍ଧା ବାଲିପାଟଣାର ବିଶ୍ବଜିତ ନାୟକ, ଖଣ୍ଡଗିରି ଅଞ୍ଚଳର ଚନ୍ଦନ ମଲ୍ଲିକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ବ୍ରାଉନ୍‌ସୁଗାର କାରବାର୍‌ ନେଇ ଏସ୍‌ଟିଏଫ୍‌ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଭୁବନେଶ୍ୱର ଏମ୍‌ସ ନିକଟରେ ଚଢାଉ କରିଥିଲେ ଏସ୍‌ଟିଏଫ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ । ସେମାନଙ୍କ ନିକଟରୁ ୨ କେଜି ୫୮ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ତେବେ ୨୦୨୦ରୁ ବର୍ତ୍ତମାନ ସୁଦ୍ଧା ୫୪ କେଜି ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌ ।

ତେବେ ଅନେକ ସ୍ଥାନରେ ଧଳଜହର କାରବାର ବଢ଼ୁଥିବା ବେଳେ, ଏବେ ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି । ରୋକିବା ନେଇ ଏକ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି।

Related Posts