କରୋନାରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ସକାଳେ ପରଲୋକ ଘଟିଛି। ଏ ନେଇ ତାଙ୍କ ଝିଅ ଅନ୍ୱେଷା ମହାନ୍ତି ସୂଚନା ଦେଇଛନ୍ତି। ସୂଚନା ଅନୁସାରେ କିଛି ଦିନ ତଳେ ଅମରେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ୩ ଦିନ ହେବ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୨୪ ତାରିଖରେ ସେ କରୋନା ପଜିଟିଭ ବୋଲି ଚିହ୍ନଟ ହୋଇଥିଲେ। ଜ୍ୱର ଆସିବା ପରେ ସେ ଟେଷ୍ଟ କରାଇଥିଲେ। ତା’ପରେ ଘରେ ଆଇସୋଲେସନରେ ରହି ଔଷଧ ଖାଉଥିଲେ। ଭେଣ୍ଟିଲେଟରରୁ ବାହାରିବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଥିଲା । ତେବେ ଗତକାଲି ଠାରୁ ପୁଣି ତାଙ୍କ ଅବସ୍ଥା ବିଗିଡ଼ି ଯାଇଥିଲା। ଆଉ ଆଜି ଭୋର ପ୍ରାୟ ୫ଟା ବେଳେ ତାଙ୍କର ପରଲୋକ ହୋଇଯାଇଥିବା ନେଇ କହିଛନ୍ତି। ବହୁ ଲୋକପ୍ରିୟ ଓଡିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକରେ ସମଗ୍ର ମହଲରେ ଶୋକର ଛାୟା ଖେଳିଯାଇଛି।କୋଭିଡ୍ ନିୟମ ଅନୁଯାୟୀ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ଜଣାପଡ଼ିଛି।

Related Posts