ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ: ବାଚସ୍ପତି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମାର୍ଚ୍ଚ ୩୧ତାରିଖ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ । ଏହା ସହ ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ଭାବରେ ତାରିଖ ଘୋଷଣା କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି । ସେପଟେ କେନ୍ଦ୍ର ସରକାର ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ତେବେ ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି।

ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି। ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ଟି ଚିଠି ଲେଖାଯାଇଥିଲା। ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ବୋଲି ବାଚସ୍ପତି କହିଛନ୍ତି ।

Related Posts