ହେଭିୱେଟ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହେଭିୱେଟ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି । ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି । ସେପଟେ ଏହି ଉପନିର୍ବାଚନ ପରିଚାଳନା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି । ଜିଲ୍ଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ କେଡିଆ ରହିଛନ୍ତି । ସେହିପରି ବ୍ରଜରାଜନଗର ପୌରାଞ୍ଚଳରେ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା କମିଶନ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି ।

ବେଲପାହାଡ଼ ପୌରାଞ୍ଚଳ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ବିଧାୟକ ଚନ୍ଦ୍ର ସାରଥୀ ବେହେରା କଣ୍ଢେଇକେଲା ଓ ରେମତା ପଞ୍ଚାୟତ ଦାୟିତ୍ୱ, ବିଧାୟକ ପ୍ରୀତିରଞ୍ଜନ ଘଡେଇ, ଚାରପାଲି ଓ ପିଥିଣ୍ଡା, ବିଧାୟକ ରଜେନ୍ଦ୍ର କନକତୋରା ଓ ବାଦିମାଲ ଜିପି, ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ଅତାବିରା ଓ ଭିକମପାଲି ପଞ୍ଚାୟତ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପଞ୍ଚଗାଁ ଓ ପଲସଦା, ବିଧାୟକ ରୋହିତ ପୂଜାରୀଙ୍କୁ ମଚିଦା ଓ କତରବଗା ପଞ୍ଚାୟତ ଦାୟିତ୍ୱ ଦିଆଯାଇଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts