ପିପିଲି ଉପନିର୍ବାଚନ ପାଇଁ ବିଜେପି ଜାରି କଲା ଷ୍ଟାର ପ୍ରଚାରକ ତାଲିକା

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ଆସନ୍ତା ୩୦ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ୨୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରାଯାଇଛି। ଏହି ଷ୍ଟାର ପ୍ରଚାରକ ତାଲିକାରୁ ବାଦ୍ ପଡିଛନ୍ତି ଦଳର ବରିଷ୍ଠ ନେତା ବିଜୟ ମହାପାତ୍ର। ତେବେ ଏହି ତାଲିକାରେ ୩ଜଣ କେନ୍ଦ୍ରମନ୍ତ୍ରୀ ସାମିଲ ଥିବାବେଳେ, ଓଡ଼ିଶା ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟପାଲ ସିଂ ତୋମର , ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ସାମିଲ ଅଛନ୍ତି।

ବିଜେପି ପକ୍ଷରୁ ପିପିଲି ଉପନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ , ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୋହନ ଚରଣ ମାଝୀ, ସମ୍ବିତ ପାତ୍ର, ମନମୋହନ ସାମଲ, କେଭି ସିଂହଦେଓ, ସୁରମା ପାଢ଼ୀ, ପ୍ରଭାତୀ ପରିଡ଼ା, ମାନସ କୁମାର ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାଁ ସାମିଲ ରହିଛି । କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ପିପିଲିରେ ନିର୍ବାଚନ ପ୍ରଚାର କାର୍ଯ୍ୟ ୨୦ତାରିଖରୁ ୨୭ତାରିଖ ପର୍ଯ୍ୟନ୍ତ କରିବା ନିମନ୍ତେ ଅନୁମତି ଦେଇଛନ୍ତି ।

Related Posts