NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର : NDAର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବା ପରେ ନିଜ ମତ ରଖିଛି ବିଜେଡ଼ି । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବୋଲି ଦଳ ପକ୍ଷରୁ ଘୋଷଣା କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ସମସ୍ତ ବିଧାୟକଙ୍କୁ ଅପିଲ୍‌ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ୍‌ ପଟ୍ଟନାୟକ । ଏନେଇ ଟ୍ୱିିଟ୍‌ କରି ଜଣାଇଛନ୍ତି ସୁପ୍ରିମୋ ।

ଦେଶର ସର୍ବୋଚ୍ଚ ପଦ ପାଇଁ ଓଡ଼ିଆ ଝିଅଙ୍କୁ ସମର୍ଥନ ଦେବାକୁ ସେ ଅପିଲ୍‌ କରିଛନ୍ତି ।

ମଙ୍ଗଳବାର ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି । ବିଜେପି ସଂସଦୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ମଙ୍ଗଳବାର ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏଂ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ସଂସଦୀୟ ବୋର୍ଡର ଅନ୍ୟ ସଦସ୍ୟ ବୈଠକରେ ଉପସ୍ଥିତ ରହିଥିଲେ ।

Related Posts