ଭାରସାମ୍ୟ ହରାଇ 20 ଫୁଟ୍ ତଳକୁ ଖସିଲା ବସ୍, 8 ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ଗଣ୍ଠି ଛକ ନିକଟରେ ଘଟିଛି ଏକ ବଡ଼ ଦୁର୍ଘଟନା । ୧୬ ନମ୍ବର ଜାତୀୟ ରାଜପଥରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏହି ଦୁର୍ଘଟନା ରେ 8 ଜଣ ଗୁରୁତର ଆହତ ହୋଇଛନ୍ତି । ବସ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥର ପ୍ରାୟ ୨୦ ଫୁଟ୍ ତଳକୁ ଖସି ପଡିଥିଲା ।

ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ୮ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଆହତଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଛି।

ସୂଚନାଯୋଗ୍ୟ, ଗତକାଲି ଜୟଦୁର୍ଗା ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରରୁ ୪୦ ଜଣ ଯାତ୍ରୀଙ୍କୁ ନେଇ ଯାମୁଡ଼ା ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୧୧ଟା ସମୟରେ ବସ୍‌ଟି ଗଣ୍ଠି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏନେଇ ଖବର ପାଇବା ପରେ ଚଣ୍ଡିଖୋଲ ଦମକଳ ବାହିନୀ ଓ ପୁଲିସ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ତେବେଡ୍ରାଇଭରଙ୍କ ଅସାଵଧାନତା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ବଡ଼ଚଣା ଥାନା ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି । ଆହତ ମାନଙ୍କ ପରିଚୟ ମିଳିପାରିନାହିଁ ।

Related Posts