୧୩ ହାଜର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଶିକ୍ଷା ବିଭାଗ ମୁଖ୍ୟ କିରାଣୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଲାଞ୍ଚ ନେଇ ଫସିଗଲେ ଶିକ୍ଷା ବିଭାଗ କିରାଣୀ । ତେବେ କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ୍ ଶିକ୍ଷା ବିଭାଗର ମୁଖ୍ୟ କିରାଣୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ୧୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି ।

ଅବସରପ୍ରାପ୍ତ ଶିକ୍ଷକଙ୍କର ଜିପିଏଫ୍ ଟଙ୍କା କରାଇଦେବାକୁ ଲାଞ୍ଚ ନେଉଥିଲେ । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts