ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି।

ଥୋମାସ କପ୍‌ ବିଜେତା ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଲୋକସେବା ଭବନ କନଭେନସନ ସେଣ୍ଟରରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା। ୧୪ ଥର ଥୋମାସ୍‌ କପ୍‌ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌।

ଏହି ସମ୍ବର୍ଦ୍ଧନା ଉତ୍ସବରେ ବିଶ୍ୱ ଚାମ୍ପିୟନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦେଶ ପାଇଁ ଥୋମାସ କପ୍‌ ବିଜୟ ଏକ ଐତିହାସକ ମୁହୂର୍ତ୍ତ। ବ୍ୟାଡମିଣ୍ଟନ ଭଳି ଖେଳରେ ଭାରତ ଉତ୍କର୍ଷତା ହାସଲ କରିଛି। ବ୍ୟାଡମିଣ୍ଟନରେ ଦେଶରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ୧୦ ବର୍ଷ ହେଲା ଭାରତ ଅନ୍ତର୍ଜାତୀୟ ସ୍ତରରେ ବଢ଼ିଆ ଖେଳିଆସୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Related Posts