ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ସମସ୍ତ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର,୦୮/୭(ସତ୍ୟପାଠ ବ୍ୟୁରୋ): ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

Related Posts