ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ, ଆଜି ଦିଗପହଣ୍ଡିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ । ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶେଷ ଦର୍ଶନ କରିବା ପାଇଁ ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚିଛନ୍ତି । ଶେଷ ଦର୍ଶନ ପାଇଁ ତାଙ୍କ ସଂପର୍କୀୟଙ୍କ ଭିଡ଼ ଜମୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଏହା ପରେ ତାଙ୍କ ମରଶରୀରକୁ ଶଙ୍ଖ ଭବନକୁ ଅଣାଯାଇଛି। ପରେ ବିଧାନସଭାକୁ ନିଆଯିବ ଓ ସେଠାରେ ଶ୍ରଦ୍ଧାଞ୍ଜଳି ଦିଆଯିବ। ଶେଷରେ ପାର୍ଥିବ ଶରୀରକୁ ତାଙ୍କ ନିର୍ବାଚନ ମଣ୍ଡଳୀ ଦିଗପହଣ୍ଡି ନିଆଯାଇ ସେଠାରେ ଶେଷକୃତ୍ୟ କରାଯିବ ।

ଗତକାଲି ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରଛନ୍ତି ।

Related Posts