ଆସନ୍ତା ୨୯ରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ !

ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତା ୨୯ ତାରିଖରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ରେ ଯିବା ନେଇ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ୩ ଦିନିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୁତ୍ରରୁ ସୂଚନା ମିଳିଛି ।

ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିବେ । ସେହିପରି ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ଓ ଅଗଷ୍ଟରେ ଉପରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିଜେପିର ଶୀର୍ଷ ନେତାଙ୍କ ସହ ଅଣଆନୁଷ୍ଠାନିକ ବିଚାରବିମର୍ଶ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

Related Posts