
କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ ପାଇଁ ଘୋଷଣା ହେଲା ମେୟର ପ୍ରାର୍ଥୀଙ୍କ ନାଁ | ମଧୁସ୍ମିତା ଆଚାର୍ଯ୍ୟଙ୍କୁ କଂଗ୍ରେସ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି | ଏ ନେଇ ଶୁକ୍ରବାର ଦିନ ୧୧ଟା ବେଳେ ଏ ନେଇ ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି । ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍, ଓଡ଼ିଶୀ ନୃତ୍ୟ ଶିଳ୍ପୀ । କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡିତ ଥିଲେ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ । ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ତାଙ୍କୁ ମେୟର ପ୍ରାଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।
ପୌର ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୪ ତାରିଖ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହିଭଳି ୨୪ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିବା ବେଳେ ୨୬ ମାର୍ଚ୍ଚରେ ଭୋଟ ଗଣତି ହେବ । ମୋଟ ୧୦୬ଟି ପୌରାଞ୍ଚଳ ଏବଂ ୩ଟି ମହାନଗର ନିଗମ ପାଇଁ ପଡିବ ଭୋଟ ।