ହଜାରେ ତଳକୁ ଖସିଲା ରାଜ୍ୟରେ କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । କେତେବେଳେ ବଢ଼ୁଛି ତ କେତେବେଳେ କମୁଛି । ଦୈନିକ ସଂକ୍ରମଣ ହାର ଲଗାତାର ଭାବେ ବଢ଼ୁଥିବା ବେଳେ ଏବେ କମିବା ଆରମ୍ଭ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୨୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲଏସ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୩ଜଣ, ସୋନପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୪ଜଣ, ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୭୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୦୬୬୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୧୯୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts