ରାଜ୍ୟରେ ଥମିବାରେ ନାମ ନେଉନି କରୋନା ମୃତ୍ୟୁସଂଖ୍ୟା

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଅପରିପକ୍ଷେ ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବାର ଦେଖିବା ପାଇଁ ମିଳିଥିଲା । ତେବେ  ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ।

 ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସଂକ୍ରମିତଙ୍କ ସଂଖ୍ୟା ଆୟତ୍ତ ହେଉଥିବା ବେଳେ ମୃତ୍ୟୁସଂଖ୍ୟା ସାରା ରାଜ୍ୟରେ  ବଢ଼ିବାରେ ଲାଗିଛି । ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୧୩ଜଣ ରହିଛନ୍ତି। 

ସେହିପରି ବାଲେଶ୍ୱରରୁୁ ୮, ବରଗଡ଼ରୁ ୭ ଓ ନବରଙ୍ଗପୁରରୁ ୬ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଅନୁଗୋଳ, ପୁରୀ ଓ ରାୟଗଡ଼ା ଜିଲାରୁ ୫ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳିି ଢ଼େଙ୍କାନାଳରୁ ୪, କନ୍ଧମାଳ ଓ ମୟୁରଭଞ୍ଜରୁ ୨ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ନୂଆପଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

   ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୧୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୯୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୬୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩୦୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ କରାଯାଇଥିବାର ସୂଚନା ମିଳିଛି ।

Related Posts