ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଡଲାର ତୁଳନାରେ ଦିନକୁ ଦିନ ଭାରତୀୟ ଟଙ୍କା ତଳ ମୁହାଁ ହେବାରେ ଲାଗିଛି । ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ଏବେ ସର୍ବକାଳୀନ ହ୍ରାସ ପାଇଛି । ଗୋଟିଏ ଡଲାରର ମୂଲ୍ୟ ଭାରତୀୟ ଟଙ୍କା ହିସାବରେ ୮୨ ଟଙ୍କା ୩୩ ପଇସାକୁ ଛୁଇଁଛି । କ୍ରମାଗତ କିଛି ଦିନ ଧରି ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ଘଟିବାରେ ଲାଗିଛି ।

ତେବେ ଗତକାଲି ମୁଦ୍ରାର ମୂଲ୍ୟ ୧୬ ପଇସା ହ୍ରାସ ପାଇବା ପରେ ଭାରତୀୟ ଟଙ୍କାର ମୂଲ୍ୟ ଡ଼ଲାର ତୁଳନାରେ ୮୨ ଟଙ୍କା ୩୩ ପଇସା ହୋଇଛି । ଆନ୍ତର୍ଜାତିକ ବଜାରରେ ତୈଳ ଦର ହ୍ରାସ, ଆମେରିକୀୟ ବଣ୍ଡରେ ଅବମୂଲ୍ୟାୟନ ଆଦି କାରଣରୁ ଭାରତୀୟ ମୁଦ୍ରା ମୂଲ୍ୟ ହ୍ରାସ ପାଇଛି । ସେପଟେ ରିଜର୍ଭ ଥିବା ପରିମାଣର ଖର୍ଚ୍ଚ ଉପରେ ଲଗାମ ଲଗାଇଛନ୍ତି ରିଜର୍ଭ ବ୍ୟାଙ୍କ । ଆଜି ଡଲାର ତୁଳନାରେ ଭାରତୀୟ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ ହୋଇଛି । ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ହେଉଥିବାରୁ ଏବେ ଭାରତକୁ ଆମଦାନୀ ବାବଦକୁ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡିବ ।