ଦୋଳି ଖେଳୁଛି ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ଦେଶରୁ ୧୬୮୬୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହାର ପୁଣି ବଢିଛି । ପୁଣି ଥରେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୮୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୦୮୭୭ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୨ ଲକ୍ଷ ୨୮ ହଜାର ୬୭୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୦୭୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Related Posts