ବିଧାନସଭାରେ ଉଠିଲା ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ପ୍ରସଙ୍ଗ; ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଧାନସଭାରେ ଉଠିଲା ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ପ୍ରସଙ୍ଗ । ତେବେ ରାଗିଙ୍ଗର ଶିକାର ହୋଇ ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ମଧ୍ୟ ଭାଗରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ବାଚସ୍ପତିଙ୍କ ପୋଡିୟମ ଆଗରେ ବିରୋଧୀମାନେ ହୋହଲ୍ଲା କରିବା ସହ ଉଭୟ କଂଗ୍ରେସ ଓ ବିଜେପି ବିଧାୟକ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି। ଏହହାଫଳରେ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବୀ କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ। ଅନ୍ୟପଟେ ଝିଅ ରୁଚିକାକୁ ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ପରିବାର । ଗତକାଲିଠାରୁ ବିଭିନ୍ନ ଛାତ୍ର ସଂଗଠନ ସହ ଧାରଣରେ ବସିଛନ୍ତି ରୁଚିକାଙ୍କ ମାଆ।

ଦୋଷୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଦାବିରେ ବିଜେବି କଲେଜ ଗେଟ୍ ସମ୍ମୁଖରେ କିଛି ଛାତ୍ର ସଙ୍ଗଠନ ଧାରଣା ଦେଇଛନ୍ତି। ରୁଚିକାଙ୍କୁ ନ୍ୟାୟ ଓ ଦୋଷୀଙ୍କ ବିରୋଧରେ କଡା କାର‌୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି । ରୁଚିକାଙ୍କ ଆତ୍ମହତ୍ୟା ପାଇଁ କଲେଜ କର୍ତୃପକ୍ଷ ଓ ହଷ୍ଟେଲ ସୁପରିଣ୍ଟେଣ୍ଡଣ୍ଟଙ୍କ ଅବହେଳାକୁ ଦାୟୀ କରିଛନ୍ତି ଛାତ୍ର ସଂଗଠନ। ଦୋଷୀଙ୍କ ବିରୋଧରେ କାହିଁକି କାର‌୍ୟ୍ୟାନୁଷ୍ଠାନ ହେଉ ନାହିଁ। ରୁଚିକା ମହାନ୍ତିଙ୍କୁ ନ୍ୟାୟ ନ ମିଳିବା ଯାଏଁ ଲଢେଇ ଜାରି ରହିବ ବୋଲି ଚେତେଇ ଦେଇଛନ୍ତି ଆନ୍ଦୋଳନକାରୀ। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts