ଜାରିହେଲା କଂଗ୍ରେସର ପ୍ରାର୍ଥୀ ତାଲିକା; କେନ୍ଦ୍ରାପଡ଼ାରୁ ସିପ୍ରା, ନିମାପଡ଼ାରୁ ସିଦ୍ଧାର୍ଥ..

ଭୁବନେଶ୍ୱର,୨୦/୪(ସତ୍ୟପାଠ ବ୍ୟୁରୋ): ଘୋଷଣା ହେଲା ଓଡ଼ିଶା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା । ୩ ଲୋକସଭା ଓ ୧୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ସମ୍ବଲପୁର ଲୋକସଭାରୁ ଦୁଲାଲ ଚନ୍ଦ୍ର ପ୍ରଧାନ ଓ ଆସିକାରୁ ଦେବକାନ୍ତ ଶର୍ମା ନିର୍ବାଚନ ଲଢ଼ିବେ। କେନ୍ଦୁଝର ଲୋକସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ମୋହନ ହେମ୍ବ୍ରମଙ୍କ ଜାଗାରେ ବିନୋଦ ନାଏକ ହେଲେ ପ୍ରାର୍ଥୀ।

ସେହିପରି  ଘୋଷଣା ହୋଇଥିବା ୧୬ ବିଧାନସଭା ପ୍ରାର୍ଥୀ ମାନେ ହେଲେ ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ଚନ୍ଦ୍ର ପାତ୍ର, ସୁକିନ୍ଦାରୁ ବିଭୂଭୂଷଣ ରାଉତ, କଣ୍ଟାମାଳରୁ ଶରତ କୁମାର ପ୍ରଧାନ, କେନ୍ଦ୍ରାପଡ଼ାରୁ ସିପ୍ରା ମଲ୍ଲିକ, ରାଜନଗରରୁ ଅଶୋକ ପ୍ରତିହାରୀ, ମହାକାଳପଡ଼ାରୁ ଲୋକନାଥ ମହାରଥୀ, ନିମାପଡ଼ାରୁ ସିଦ୍ଧାର୍ଥ ରାଉତରାୟ, ପିପିଲି ଜ୍ଞାନରଞ୍ଜନ ପଟ୍ଟନାୟକ, ଜୟଦେବରୁ କୃଷ୍ଣ ସଗରିଆ, ଖୋର୍ଦ୍ଧାରୁ ସୋନାଲି ସାହୁ, ଚିଲିକାରୁ ପ୍ରଦୀପ କୁମାର ସାହୁ, ଖଣ୍ଡପଡ଼ାରୁ ମନୋଜ କୁମାର ପ୍ରଧାନ, ଦଶପଲ୍ଲାରୁ ନକୁଳ ନାୟକ, କବିସୂର୍ଯ୍ୟନଗରରୁ ସଞ୍ଜୟ କୁମାର ମଣ୍ଡଳ ଏବଂ ଗୋପାଳପୁରରୁ ଶ୍ୟାମ ସୁନ୍ଦର ସାହୁଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

Related Posts