ବାତ୍ୟା ‘ୟାସ୍’ ପାଇଁ ୪ ଜିଲ୍ଲାକୁ ରେଡ୍‌ ଓ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ଉପକୂଳକୁ ମାଡ଼ି ଆସୁଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ୟାସ୍’ । ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୪ ଜିଲ୍ଲାକୁ ରେଡ୍‌ ଓ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ । ସେହିପରି ୫ ଜିଲ୍ଲା- ମୟୂରଭଞ୍ଜ, ଯାଜପୁର, କଟକ, ଖୋର୍ଦ୍ଧା ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ପାଞ୍ଚ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ବର୍ତ୍ତମାନ ବାତ୍ୟା ‘ୟାସ୍’ ପାରାଦୀପ ଠାରୁ ୨୦୦ କିମି ଦୂରରେ ରହିଛି । ବଙ୍ଗୋପସାଗରରେ ଏହା ଭୀଷଣ ବାତ୍ୟା ଅକାରରେ ଘଣ୍ଟାକୁ ୧୮ କିଲୋମିଟର ବେଗରେ ଉତ୍ତର ଓଡିଶା ଆଡକୁ ମାଡି ଆସୁଛି । ବାତ୍ୟା ଏବେ ପାରାଦୀପରୁ ୨୦୦ କିଲୋମିଟର ଓ ବାଲେଶ୍ୱର ଠାରୁ ୨୯୦ କିଲୋମିଟର ଦୂରରେ ରହିଛି । ତେବେ କାଲି ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୧୫୫ରୁ ୧୬୫ କିଲୋମିଟର ପ୍ରତି ଘଣ୍ଟା ରହିପାରେ ବୋଲି ଆକଳନ କରାଯାଇଛି।

Related Posts