ମେ’ ୨୭ରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମେ’ ୨୭ରେ କେରଳ ଛୁଇଁବ ମୌସୁମୀ । ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ।

ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବର କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related Posts