ପରଦାକୁ ଆସିଲା ବହୁପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’

ଭୁବନେଶ୍ବର: ପରଦା ଉପରକୁ ଆସିଛି ଏ ବର୍ଷର ବହୁପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ଅନୁମପ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘ପ୍ରତୀକ୍ଷା’ ବିଶିଷ୍ଟ କଥାକାର ଗୌରହରି ଦାସଙ୍କ ଏକ କ୍ଷୁଦ୍ରଗଳ୍ପ ଆଧାରରେ ପ୍ରସ୍ତୁତ ଓ ଏହାର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ରୋଶନ ବିଷୋଇ। ବର୍ଷା ପଟ୍ଟନାୟକ ଏହାର କାର୍ଯ୍ୟନିର୍ବାହୀ ପ୍ରଯୋଜିକା ଅଛନ୍ତି।

ଅମୀୟ ପଟ୍ଟନାୟକ ପ୍ରଡକସନ ନିବେଦିତ ‘ପ୍ରତୀକ୍ଷା’ର ମୁଖ୍ୟ କଳାକାରମାନେ ହେଲେ ଦୀପନ୍ବିତ ଦାସମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ଶ୍ରୀଲା ତ୍ରିପାଠୀ, ରୂପାମ୍ବିକା ନାୟକ, ସୁଶୀଲ ମିଶ୍ର, ଅବକାଶ ମିଶ୍ର ଓ ସିଦ୍ଧାନ୍ତ ମହାପାତ୍ର।

ପ୍ରଯୋଜକ-ନିର୍ଦେଶକ ଅନୁପମ ପଟ୍ଟନାୟକଙ୍କ ନୂଆ ଓଡ଼ିଆ ସିନେମା ‘ପ୍ରତୀକ୍ଷା’ରେ ଏକ ନୂଆ ଯୋଡ଼ିକୁ ବଡ଼ ପରଦାରେ ଦେଖିବାକୁ ପାଇଛନ୍ତି ସିନେପ୍ରେମୀ। ଏହି ଯୋଡ଼ି ହେଲେ ଦୀପନ୍ବିତ-ବର୍ଷା।ଦୀପନ୍ବିତଙ୍କ ଅଭିନୟକୁ ଦର୍ଶକ ନିକଟରେ ମୁକ୍ତିଲାଭ କରିଥିବା ଯୁଗାନ୍ତକ‌ାରୀ ଓଡ଼ିଆ ସିନେମା ‘ଦମନ’ରେ ଖୁବ୍ ପସନ୍ଦ କରିଛନ୍ତି। ଏଣେ ବର୍ଷା ବହୁଚର୍ଚ୍ଚିତ ଓଡ଼ିଆ ଛବି ’ତୁଳସୀ ଅପା’ରେ ଉଚ୍ଚକୋଟୀର ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ।

ଅଙ୍କେଶ-ଆଶିଷ ଏହି ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ଦୁର୍ଗାମାଧବ ପଣ୍ଡା ଓ ପ୍ରିୟରଂଜନ ସାହୁ ଗୀତ ରଚନା କରିଛନ୍ତି। ସୂଚନାଯୋଗ୍ୟ, ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ)ରେ ପ୍ରଦର୍ଶିତ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଏହି ଚଳଚ୍ଚିତ୍ରକୁ ହିନ୍ଦୀ ଭାଷାରେ ରିମେକ୍‌ କରିବା ଲାଗି ଘୋଷଣା କରିଛନ୍ତି ବିଶିଷ୍ଟ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ଅନୁପମ ଖେର୍‌। ଏଥିପାଇଁ ସେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କୁ ଏକ ଟୋକନ ଅର୍ଥରାଶି ମଧ୍ୟ ପ୍ରଦାନ କରିଛନ୍ତି। ପିତା-ପୁତ୍ରଙ୍କ ଆବେଗପୂର୍ଣ୍ଣ ସମ୍ପର୍କକୁ ନେଇ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି

Related Posts