କାଲି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ; ନବୀନଙ୍କୁ ନିମନ୍ତ୍ରଣ କଲା ବିଜେପି

ଭୁବନେଶ୍ୱର,୧୧/୬(ସତ୍ୟପାଠ ବ୍ୟୁରୋ): ଜୁନ୍ ୧୨ ଅର୍ଥାତ୍ ଆସନ୍ତାକାଲି ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେଏବଂ ତା ସହ ରାଜ୍ୟରେ ଆରମ୍ଭ ହେବ ବିଜେପି ଶାସନ। ଏଥିପାଇଁ ଭୁବନେଶ୍ୱରର ଜନତା ମଇଦାନ ପ୍ରସ୍ତୁତ। ଆସନ୍ତାକାଲି ଶପଥ ସମାରୋହରେ ସାମିଲ ହେବା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଭୁବନେଶ୍ବର। ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି ।

ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା। ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ଯାଇ ନିମନ୍ତ୍ରଣ କରିଥିବା ସୂଚନା ମିଳିଛି। ତେବେ ନବୀନ ବାବୁ ନିଶ୍ଚୟ ପହଞ୍ଚିବେ ବୋଲି କହିଥିବା ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Related Posts