ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜଙ୍କ ଆଶୀର୍ବାଦ ନେଲେ ନୂଆ ରାଜ୍ୟପାଳ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଶପଥ ଗ୍ରହଣ ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ନୂଆ ରାଜ୍ୟପାଳ ରଘୁବର ଦାସ। ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବାକୁ ଆସିଥିଲେ। ଏହି ସମୟରେ ନୂଆ ରାଜ୍ୟପାଳଙ୍କୁ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ କେତେକ ନେତା ମନ୍ଦିର ନିକଟରେ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସେ ପ୍ରାୟ ୪୦ ମିନିଟ୍ କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିଛନ୍ତି। ଏହା ପୂର୍ବରୁ ରାଜ୍ୟପାଳ ରଘୁବର ଦାସ କହିଛନ୍ତି ଯେ ସେ ଦେଶ ଏବଂ ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି ଲାଗି ଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କଲି।

ଉଲ୍ଲେଖଯୋଗ୍ୟ, ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ଭାବେ ଆଜି ପୂର୍ବାହ୍ଣ ୧୧ଟା ୪୫ରେ ଶପଥ ଗ୍ରହଣ କରିବେ। ରାଜଭବନର ନୂଆ ହଲ୍ ରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ।

Related Posts