ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୧୧କୁ ବୃଦ୍ଧି । ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୧୭ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୧୧କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଏଣେ ଗଞ୍ଜାମ ଜିଲ୍ଲାରୁ ୨ଜଣ ପ୍ରାଣ ହରାଇଥିବା ବେଳେ ପୁରୀ ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗତକାଲି ୧୮ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।