ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ଖସିଲା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୨, ୮୬, ୫୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୬, ୪୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୭୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।





