ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ଉପର ତଳ ହେଉଛି । କେତେ ବେଳେ ବଢ଼ୁଛି ତ ଆଉ କେତେ ବେଳେ କମୁଛି । ତେବେ ଏବେ ପୁଣି ଦେଶରେ ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ ।
୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୪ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୫୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୨୫୭୮୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୩୦ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।





