ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ଡାକ୍ତର ଓ ନର୍ସମାନଙ୍କ ରହୁଣୀ ବାବଦ ୬୧ ଲକ୍ଷ ୫ ହଜାର ଟଙ୍କା ଦେୟକୁ ଛାଡ଼ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ପୁଣି ଥରେ ନିଜ ମହାନତାର ପରିଚୟ ଦେଲେ ଓଡ଼ିଶା ସରକାର । ଛାଡ଼ କଲେ ୬୧ ଲକ୍ଷ ୫ ହଜାର ଟଙ୍କା । କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବି ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ ୬୧ ଲକ୍ଷ ୫ ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି। ୨୦୨୧ ଏପ୍ରିଲ୍ ୧୨ ତାରିଖ ଠାରୁ ୨୦୨୧ନଭେମ୍ବର ୨୭ ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ ୮ଟି ରୁମ୍ ଓ ଗୋଟିଏ ଡୋରମିଟୋରିରେ ମହାନଗର ନିଗମର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ ୭ମାସରୁ ଅଧିକ ସମୟ ରହି କୋଭିଡ ଚିକିତ୍ସା କରୁଥିଲେ। ଓଡ଼ିଶା ସରକାର ବର୍ତ୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି।

ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବି ମୁମ୍ୱାଇ ମହାନଗର ନିଗମର ୨ କୋଟି ୧୬ ହଜାର ଟଙ୍କା ଛାଡ କରାଯାଇଥିଲା ।

Related Posts