ଧାମନଗର ଉପନିର୍ବାଚନରେ ବିଜେଡିର ମହିଳା କାର୍ଡ, ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ଦଳ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଶେଷରେ ଦଳ ଖେଳିଛି ମହିଳା କାର୍ଡ। ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଦୀର୍ଘ ସମୟର ଆଲୋଚନା ପରେ ବିଜେଡି ପ୍ରାର୍ଥୀ ଘୋଷଣା ହୋଇଛି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରିଥିଲା।

ସୂଚନାଯୋଗ୍ୟ ଯେ, ଦିବଂଗତ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗରରେ ଉପ ନିର୍ବାଚନ ଘୋଷଣା ହୋଇଛି। ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଥିବା ବେଳେ ଆସନ୍ତା ନଭେମ୍ବର ୩ରେ ହେବ ମତଦାନ । ଏହାସହିତ ନଭେମ୍ବର ୬ ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ ।

Related Posts