ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆସନ୍ତା ୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ । ଏକାସାଙ୍ଗେ ବାହାରିବ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ । ଏନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

ସେପଟେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।