ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି । ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ। ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ, ଏହାସହିତ କୁଲିଆଣାରେ ଏକଲ୍ୟବ ମଡେଲ୍ ସ୍କୁଲର ଉଦଘାଟନ କରିବେ |

ଆସନ୍ତାକାଲି ରାଇରଙ୍ଗପୁରରୁ ୩ଟି ନୂଆ ଟ୍ରେନର ସେ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ମାଟିର ଝିଅକୁ ସ୍ୱାଗତ କରିବା ପାଇଁ ସଜେଇ ହୋଇଛି ବାରିପଦା ଓ ରାଇରଙ୍ଗପୁର। ବାରିପଦାରେ ଏବେ ରାଷ୍ଟ୍ରପତି ପହଂଚିବା ପରେ ସିଧା ଯିବେ ସହିଦ ସ୍ମୃତି ଭବନ ଯିବେ ରାଷ୍ଟ୍ରପତି । ସେଠି ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ। ଏହାପରେ ମାଧ୍ୟାନ ଭୋଜନ ପରେ କିଛି ସମୟ ବାରିପଦା ସର୍କିଟ୍ ହାଉସରେ ବିଶ୍ରାମ ନେବା ପରେ ଅପରାହ୍ନ ୨ଟା୩୫ରେ କୁଳିଅଣାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଲୋକର୍ପଣ କରିବେ। ସେଠୁ ରାଇରଙ୍ଗପୁର ଯିବେ। ଆସନ୍ତାକାଲି ରାଇରଙ୍ଗପୁରରୁ ରାଷ୍ଟ୍ରପତି ୩ଟି ନୂଆ ଟ୍ରେନର ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।

Related Posts