ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ଅନୁପାତ

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ରହିଛି। ସେପଟେ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରବିବାର ଦିନ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ସହ ମିଶିଯିବ। ଫଳରେ ଆଜିଠାରୁ ରାଜ୍ୟରେ ବର୍ଷାର ଅନୁପାତ ବଢ଼ିବ।

ଆଜି ରାଜ୍ୟର ସମସ୍ତ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ନୟାଗଡ଼, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷିବ। ରାଜ୍ୟରେ ୪ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଧା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି

Related Posts