ରାଜ୍ୟରେ ଖସୁଛି ସଂକ୍ରମଣ ହାର, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦୯୭

(ସତ୍ୟପାଠ ବ୍ୟୁରୋ)ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଆୟତ୍ତ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ରେ ପହଞ୍ଚିଛି । ଅପରି ପକ୍ଷେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୫୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗତ ୧୦ ଦିନ ମଧ୍ୟରେ ଲଗାତାର କ ରୋନା ଗ୍ରାପ୍ ତଳକୁଖସିବା ରେ ଲାଗିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୦୧୭ ହୋଇଥିବା ବେଳେ କଟକରୁୁ ୬୪୭ଜଣ ରହିଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ୨୯୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୮୩୭୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୩୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୬୪୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୪୫୭୬୦୬ ସାମ୍ପୁଲ ଟେଷ୍ଟ୍ ହୋଇଥିବାର ସୂଚନା ମିଳିଛି ।

Related Posts